ସୁପ୍ରିମକୋର୍ଟକୁ ମିଳିଲେ ୩ ନୂଆ ବିଚାରପତି

ନୂଆଦିଲ୍ଲୀ,୯।୧୧: ସୁପ୍ରିମକୋର୍ଟରେ ଗୁରୁବାର ତିନିଜଣ ନୂତନ ବିଚାରପତି ନିଯୁକ୍ତ ହୋଇଛନ୍ତି। ଏହା ସହିତ କୋର୍ଟ ବର୍ତ୍ତମାନ ୩୪ ବିଚାରପତିଙ୍କ ସହ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବେ। ଏହି ତିନିଜଣ ନୂତନ ବିଚାରପତି ହେଉଛନ୍ତି ଦିଲ୍ଲୀ ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସତୀଶ ଚନ୍ଦ୍ର ଶର୍ମା, ରାଜସ୍ଥାନ ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଅଗଷ୍ଟିନ ଜର୍ଜ ମସିହ ଏବଂ ଗୌହାଟି ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସନ୍ଦୀପ ମେହେଟ୍ଟା। କେନ୍ଦ୍ର ସରକାରଙ୍କୁ ପଠାଯାଇଥିବା ନିଜ ପ୍ରସ୍ତାବରେ କୋଲେଜିୟମ କହିଥିଲେ ଯେ ସୁପ୍ରିମକୋର୍ଟରେ ମଞ୍ଜୁରୀପ୍ରାପ୍ତ ମୋଟ ବିଚାରପତିଙ୍କ ସଂଖ୍ୟା ୩୪। ବର୍ତ୍ତମାନ ଏଠାରେ ୩୧ ଜଣ ବିଚାରପତି ଅଛନ୍ତି। କୋର୍ଟରେ ବହୁ ସଂଖ୍ୟାରେ ମାମଲା ବିଚାରାଧୀନ ଅଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!