ନୂଆଦିଲ୍ଲୀ,୯।୧୧: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୪ ରୁ ଆରମ୍ଭ ହେବ। ଏହା ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ୧୯ ଦିନରେ ୧୫ଟି ବୈଠକ ହେବ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଟୁଇଟ କରି ଏହି ସୂଚନା ଦେଇଛନ୍ତି।ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ। ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ୧୯ ଦିନ ମଧ୍ୟରେ ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି। ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏନେଇ ‘X’ ଏକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି।ସାଧାରଣତଃ ନଭେମ୍ବର ମାସରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୁଏ। କିନ୍ତୁ ଏଥର ୫ଟି ରାଜ୍ୟରେ ନିର୍ବାଚନ ଚାଲିଥିବାରୁ ଶୀତ ଅଧିବେଶନ ଡିସେମ୍ବର ମାସରୁ ଆରମ୍ଭ ହେଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |