ଭୁବନେଶ୍ବର,୧୦।୧୧:ଆଜି ଧନତେରାସ, ସୁନା ଦୋକାନ ଗୁଡିକରେ ଲୋକଙ୍କ ଭିଡ଼ |ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ। ଏହାକୁ ଧନତେରାସ୍ ଭାବେ ପାଳନ କରାଯାଏ। ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବାରୁ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଘରେ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ଧନଧାତ୍ରୀଙ୍କ ଲାଗି ସ୍ୱତନ୍ତ୍ର ଆୟୋଜନ କରାଯାଇଥାଏ।ଏହି ତିଥିରେ ସୁନା କିଣିଲେ ମାଆ ଲକ୍ଷ୍ମୀଙ୍କ କୃପା ମିଳିଥାଏ ବୋଲି ବିଶ୍ୱାସ ରହିଛି । ଏଣୁ ସୁନା ଦୋକାନ ଗୁଡିକରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ।ଧନତେରସ ଅବସରରେ ଗହଣା ବ୍ୟବସାୟୀ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ରିହାତି ଓ ଉପହାର ଦେଉଛନ୍ତି। ରାଜ୍ୟର ଅଗ୍ରଣୀ ଅଳଙ୍କାର ବ୍ୟବସାୟୀ ଜେ ଆଣ୍ଡ ଟି’ ଜୁଏଲାରୀ ଏହି ଧନତେରାସ ଅବସରରେ ଅନେକ ଅଫର ରଖିଛି। ସୁନା, ରୂପା ଓ ଡାଏମଣ୍ଡ କିଣିଲେ ଗଢ଼ା ମୂଲ୍ୟ ଉପରେ ଆକର୍ଷଣୀୟ ରିହାତି ପାଇବେ ଗ୍ରାହକ। ଏହି ମାସ ଶେଷ ପର୍ଯ୍ୟନ୍ତ ଅଫର ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |