ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି , ୧୬ରେ ଅବପାତ

ଭୁବନେଶ୍ୱର,୧୪।୧୧: ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୧୬ ତାରିଖ ବେଳକୁ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ପରେ ପଶ୍ଚିମ, ଉତ୍ତର ଓ ପଶ୍ଚିମ ଦିଗରେ ଗତିକରି ଆହୁରି ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ୧୫ ତାରିଖରୁ ଓଡ଼ିଶା ଭିଜିବ । ଦକ୍ଷିଣ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।ଏଥିସହ ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଗଂଜାମ। ଏସବୁ ଜିଲ୍ଲାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ମାନଙ୍କରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!