ଭୁବନେଶ୍ୱର,୧୪।୧୧: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ଦିବସ ଅବସରରେ ଅନୁଷ୍ଠିତ ହେଉଛି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’। ମଙ୍ଗଳବାରଠାରୁ ଆସନ୍ତା ୧୬ ତାରିଖ ଗୁରୁବାର ପର୍ଯ୍ୟନ୍ତ ୟୁନିଟ୍-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି ମହୋତ୍ସବରେ ବ୍ଲକ୍ ଓ ଜିଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀ ଯୋଗଦେବେ। ପ୍ରାୟ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ। ଏହି ତିନିଦିନିଆ ମହୋତ୍ସବର ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍’। ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ୍ କାର୍ଯ୍ୟକ୍ରମଗୁଡ଼ିକ ଏହି ପାଭିଲିୟନ୍ରେ ପ୍ରଦର୍ଶିତ ହେବ।ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ୍ କାର୍ଯ୍ୟକ୍ରମଗୁଡ଼ିକ ଏହି ପାଭିଲିୟନ୍ରେ ପ୍ରଦର୍ଶିତ ହେବ। ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଧୀନରେ ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିନବ ପଦକ୍ଷେପକୁ ଛାତ୍ରୀଛାତ୍ର, ଶିକ୍ଷକ ଓ ଦର୍ଶକମାନେ ଦେଖିପାରିବେ। ବିଭିନ୍ନ ପ୍ରତିଯୋଗିତାର ବିଜେତା ଛାତ୍ରୀଛାତ୍ରଙ୍କୁ ଉଦ୍ଯାପନୀ ଉତ୍ସବରେ ପୁରସ୍କୃତ କରାଯିବ। ଏହା ବ୍ୟତୀତ ଛାତ୍ରୀଛାତ୍ରଙ୍କ ପାଇଁ ମହୋତ୍ସବରେ ଅନେକ ଆକର୍ଷଣୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉତ୍ସବର ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ର ଖଣ୍ଡିଗିରି, ଉଦୟଗିରି, ଧଉଳିଗିରି, ନନ୍ଦନକାନନ, କଳାଭୂମି, ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଅନୁସୂଚିତ ଜାତି ଓ ଜନଜାତି ସଂଗ୍ରହାଳୟ, ପଠାଣି ସାମନ୍ତ ପ୍ଲାନେଟାରିୟମ୍ ଓ ନାଚୁରାଲ ହିଷ୍ଟ୍ରି ଅଫ୍ ମ୍ୟୁଜିୟମ୍ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି। ଅପରାହ୍ନରେ ମୁଖ୍ୟ ଆକର୍ଷଣ ସାଜିବ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏହାକୁ ଉଦ୍ଘାଟନ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |