ମୁମ୍ବାଇ,୧୫\୧୧:ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ ନିର୍ମାଣ ଦାୟିତ୍ୱ ନ୍ୟସ୍ତ ହୋଇଛି । ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ । ଏଥିରେ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ହେବ ମେଟ୍ରୋ ରେଳ । ମେଟ୍ରୋ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୫୯୨୯ କୋଟି ୩୯ ଲକ୍ଷ ଟଙ୍କା । ଏଥିପାଇଁ ଫେଜ ୧ ଡିପିଆରକୁ ମଞ୍ଜୁରି ମିଳିଛି । ପ୍ରଥମ ପର୍ୟ୍ୟାୟ କାମ ୪ ବର୍ଷ ମଧ୍ୟରେ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏୟାରପୋର୍ଟରୁ ତ୍ରିଶୁଳିଆ ମଧ୍ୟରେ ମୋଟ ୨୦ ଷ୍ଟେସନ ରହିବ। ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ୟ୍ୟନ୍ତ ମେଟ୍ରୋ ରେଳ ପୂରା ଓଭରବ୍ରିଜ୍ ଉପରେ ସମସ୍ତ ଷ୍ଟେସନ ଓ ରେଳ ଧାରଣା ରହିବ। ଏଥି ସହିତ ଅତ୍ୟାଧୁନିକ କୋଚ୍, ଟିକେଟ ଓ ସିଗ୍ନାଲ ବ୍ୟବହାର କରାଯିବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଦ୍ବାରା ନିର୍ମାଣ କାମ ପାଇଁ ନିଷ୍ପତ୍ତି ହୋଇଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ତତ୍ତ୍ୱାବଧାନରେ ଏହି ନିର୍ମାଣ କାର୍ଯ୍ୟ ହେବ । ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ୩୨୬.୫୬ କୋଟି ଟଙ୍କାର ଫି’ ଦିଆଯିବ । ରାଜ୍ୟ କ୍ୟାବିନେଟ୍ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହି ପ୍ରସ୍ତାବ ସମେତ ୧୧ଟି ବିଭାଗର ମୋଟ ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ଆଜି ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଭୁବନେଶ୍ୱର ବିମାନ ବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ନିର୍ମାଣ ନିମନ୍ତେ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଦିଲ୍ଲୀ ମେଟ୍ରୋ ରେଳ ନିଗମକୁ ଟର୍ଣ୍ଣ କି କନ୍ସଲଟାଣ୍ଟ ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ଏହି ପ୍ରକଳ୍ପ ପାଇଁ ମୋଟ ୫୯୨୯.୩୮କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ପ୍ରଥମ ପର୍ଯ୍ୟାୟର କାର୍ଯ୍ୟକୁ ୪ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ୨୬କିମି ଦ୍ୱରତ୍ୱ ମଧ୍ୟରେ ମୋଟ ୨୦ଟି ମେଟ୍ରୋ ଷ୍ଟେସନ ନିର୍ମାଣ କରାଯିବ । ଅତ୍ୟାଧୁନିକ ରେଳ କୋଚ୍ ବ୍ୟବହାର କରାଯିବ । ଅତ୍ୟାଧୁନିକ ଟିକେଟ୍ ବ୍ୟବସ୍ଥା ଓ ସିଗନାଲ ବ୍ୟବହାର ହେବ । ଇଲିଭେଟେଡ୍ ଭାୟଡକ୍ଟ ଉପରେ ସମସ୍ତ ମେଟ୍ରୋ ଧାରଣା ଓ ଷ୍ଟେସନ ରହିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |