ସାହାରା ପ୍ରତିଷ୍ଠାତା ସୁବ୍ରତ ରାୟଙ୍କ ପରଲୋକ

ନୂଆଦିଲ୍ଲୀ,୧୫।୧୧:ସାହାରା ଗ୍ରୁପ୍‌ ପ୍ରତିଷ୍ଠାତା ସୁବ୍ରତ ରୟଙ୍କର ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସୁବ୍ରତଙ୍କୁ ରବିବାର ମୁମ୍ବାଇର କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ସାହାରା ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ। ମୁମ୍ବାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସାହାରର ପ୍ରତିଷ୍ଠାତା ସୁବ୍ରତ ରାୟ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ତାଙ୍କର ମର ଶରୀରକୁ ବୁଧବାର ଲକ୍ଷ୍ନୌର ସାହାରା ସହର ଅଣାଯିବ। ଏଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ।୧୯୪୮ ମସିହା ଜୁନ ୧୦ ତାରିଖରେ ବିହାରର ଅରରିଆରେ ସୁବ୍ରତ ରାୟ ଜନ୍ମଗ୍ରହଣ କରିଥିଲେ। ସେ ଭାରତ ପ୍ରମୁଖ କାରବାର ସାହାରା ଇଣ୍ଡିଆ ପରିବାରର ସଂସ୍ଥାପକ ଥିଲେ। ସେ ସମଗ୍ର ଦେଶରେ ସାହାରାଶ୍ରୀ ନାମରେ ବେଶ ପରିଚିତ ଥିଲେ। ସୁବ୍ରତ ଗୋରଖପୁରର ସରକାରୀ ଟେକ୍ନିକାଲ ଇନଷ୍ଟିଚ୍ୟୁଟ୍‌ରୁ ମେକାନିକାଲ ଇଞ୍ଜିନିୟରିଂରେ ଉଚ୍ଚଶିକ୍ଷା ଲାଭ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!