ପୁରୀ,୧୫।୧୧:ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲାରେ ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ମିଳିଲା ନିର୍ଦ୍ଦେଶ । ଏନେଇ ଏଏସଆଇକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ ।ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ । ଏହା ସହ ଜଗମୋହନ ମରାମତି ମଧ୍ୟ କରାଯିବ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ASIକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମରାମତି ଲାଗି ସମସ୍ତ ସହଯୋଗ ଯୋଗାଇବ ଶ୍ରୀମନ୍ଦିର ପ୍ରଶାସନ ମରାମତି କାମର ଅନୁଧ୍ୟାନ କରିବେ ଆମିକସ୍ କ୍ୟୁରି । ଏନେଇ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମରାମତି କାମ ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ଦେବେ ଆମିକସ୍ କ୍ୟୁରି । ଡିସେମ୍ବର ୪ ତାରିଖରେ ହାଇକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |