ଶ୍ରୀନଗର,୧୫।୧୧ : ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। କିସ୍ତୱାଡରୁ ଜମ୍ମୁକୁ ଯାଉଥିବା ଏକ ବସ ଡୋଡାର ଆସାର ଅଞ୍ଚଳର ଟ୍ରୁଙ୍ଗାଲ ନିକଟରେ ୩୦୦ ଫୁଟ ଖାଲରେ ଖସି ପଡିଥିଲା। ୩୦ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା । ୨୦ରୁ ଅଧିକ ଆହତ ହୋଇଥିବା ବେଳେ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ । ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସଟି ନିୟନ୍ତ୍ରଣ ହରାଇ ପାଖାପାଖି ୩୦୦ ଫୁଟ ଗଭୀର ଏକ ଖାଇ ମଧ୍ୟକୁ ଖସି ପଡ଼ିଥିଲା । ବସଟି କିଶତବାଡ଼ରୁ ଜମ୍ମୁ ଅଭିମୁଖେ ଯାତ୍ରା କରୁଥିଲା । ଏଥିରେ ୫୫ ଜଣ ଲୋକ ରହିଥିଲେ । ଦୁର୍ଘଟଣା ପରେ ଆହତଙ୍କୁ ହସ୍ପିଟାଲ ନିଆଯାଇଥିଲା ।ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଏଲଜି ମନୋଜ ସିହ୍ନା ଦୁଃଖ ପ୍ରକାଶ କରିଛନ୍ତି।ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତା ଭାବେ ୨ ଲକ୍ଷ ଟଙ୍କା ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିୀଚ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହା ସହିତ ଆହତଙ୍କ ପରିବାର ବର୍ଗଙ୍କୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି।ଜମ୍ମୁ ବସ ଦୁର୍ଘଟଣାରେ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଘୋଷଣା କରିବା ସହ ଗୁରୁତରଙ୍କୁ 50 ହଜାର କ୍ଷତିପୁରଣ ରାଶି ଘୋଷଣା କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |