ଆଜି ଉଦଘାଟିତ ହେବ ନନ୍ଦନକାନନ ରୋପ୍ ୱେ।

ବାରଙ୍ଗ,୧୭।୧୧ଆଜି ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ନନ୍ଦନକାନନ ରୋପ୍ ୱେ। ଆଜି ଅପରାହ୍ନରେ ନୂତନ ରୋପ୍ ୱେର ଉଦଘାଟନ କରିବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ। ଆଜି ଉଦଘାଟନ ପରେ ଏହା ଆସନ୍ତା କାଲିଠାରୁ ପର୍ଯ୍ୟଟକଙ୍କ ପାଇଁ ଉପଲବ୍ଧ ହେବ। ନନ୍ଦନକାନନ  ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ରୋପୱେକୁ ଶୁକ୍ରବାର ଅପରାହ୍ନରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉଦ୍‌‌ଘାଟନ କରିବେ। ଏହି ରୋପୱେର ନିର୍ମାଣ, ରକ୍ଷଣାବେକ୍ଷଣ ଓ ପରିଚାଳନା ପାଇଁ କଲକାତାର ଏକ ଘରୋଇ ସଂସ୍ଥା ଦାମୋଦର ରୋପୱେଜ ଇନଫ୍ରା ଲିମିଟେଡ୍‌‌କୁ ଦିଆଯାଇଛି। ଏହି ସଂସ୍ଥା ସହିତ ୨୦୨୧ରେ ଚୁକ୍ତିନାମା ସ୍ବାକ୍ଷରିତ କରାଯାଇଥିଲା। ଚୁକ୍ତିନାମା ଅନୁସାରେ ସମସ୍ତ କାର୍ଯ୍ୟ ସମାପ୍ତ ହୋଇଛି। ଶନିବାର ଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଏହି ସେବା ଉପଲବ୍ଧ ହେବ।ସୂଚନା ଅନୁଯାୟୀ, ଉଭୟ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ପାର୍ଶ୍ୱରୁ ଏହି ସୁବିଧା ପର୍ଯ୍ୟଟକମାନଙ୍କ ପାଇଁ ଉପଲବ୍ଧ ହେବ। କ୍ୟାମେରା ନିମନ୍ତେ, ଟିକଟର ମୂଲ୍ୟ ସହିତ କ୍ୟାମେରାର ଶୁଳ୍କ ଦେବାକୁ ପଡ଼ିବ। ଉଭୟ ସୁବିଧା ପାଇଁ, ରୋପୱେ କାଉଣ୍ଟର ନିକଟରେ ସ୍ୱତନ୍ତ୍ର କାଉଣ୍ଟରରେ ଟିକେଟ୍‌‌ ମିଳିବ। ଯେଉଁ ପର୍ଯ୍ୟଟକ ନନ୍ଦନକାନନରୁ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନରୁ ନନ୍ଦନକାନନ ଯାଇ ଭ୍ରମଣ କରିବେ, ସେମାନେ ସ୍ୱତନ୍ତ୍ର ଟିକେଟ କାଉଣ୍ଟରରୁ ଟିକେଟ କ୍ରୟ କରିବେ। ସକାଳ ୮ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ସୁବିଧା ଉପଲବ୍ଧ ହେବ।

Untitled 300x208 1

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!