ସୁନ୍ଦରଗଡ଼,୧୭।୧୧: ସୁନ୍ଦରଗଡ଼ରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁରୀ ମିଳିଲା । ଏହି ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇଟି ପ୍ରକଳ୍ପ ପାଇଁ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଇବ୍ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥିସହ ସପେଇ ନଦୀରେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ପ୍ରକଳ୍ପ ଦ୍ୱାରା ପାଞ୍ଚଟି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପରେ ସହାୟକ ମଧ୍ୟ ହେବ । ଏଥିସହ ମାଛ ଚାଷ, ପଶୁପାଳନ ଆଦିରେ ସହାୟକ ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |