ଭୁବନେଶ୍ୱର, ୧୮।୧୧: ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।ଏହି ପ୍ରକଳ୍ପ ଦୁଇଟି ହେଉଛି – ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।ଏହି ପ୍ରକଳ୍ପ ଦୁଇଟି ହେଉଛି, ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।ଏହାଦ୍ୱାରା ୪ଟି ବ୍ଲକର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ। ସିକୁଆଁ ପ୍ରକଳ୍ପ ଦ୍ୱାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକ୍ ରେ ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ୱାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍ ର ଜନସାଧାରଣ ଉପକାର ପାଇବେ।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |