ଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର,୨୦ା୧୧: ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ଉପବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କର ନାମାଙ୍କନପତ୍ର ସୋମବାର ଦାଖଲ କରିଛନ୍ତି।ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ବିଜେଡି ଜି.ଉଦୟଗିରିରୁ ଦୁଇ ଥରର ବିଧାୟକ ସାଲୁଗାଙ୍କ ନାଁ ଘୋଷଣା କରିବା ପରେ ସେ ନାମାଙ୍କନ ଦାଖଲ କରିଛନ୍ତି।। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇ ସାରିଛନ୍ତି ସାଲୁଗା ପ୍ରଧାନ । ସାଲୁଗାଙ୍କ ନାଁ ଘୋଷଣା କରି ବିଜେଡି ଆଦିବାସୀ କାର୍ଡ ଖେଳିଥିବା ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଏହାର ଜବାବ ରଖିଛନ୍ତି ଖୋଦ ସାଲୁଗା ପ୍ରଧାନ।ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନଙ୍କ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଦଳର ସଭାପତି ମୋ’ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ବରିଷ୍ଠ ସଦସ୍ୟଙ୍କ ମତାମତ ଓ ପରାମର୍ଶ ଦେଇ ଗୃହ କାର୍ଯ୍ୟକୁ ସୁରୁଖୁରରେ ଚଳାଇବି। ସମସ୍ତଙ୍କ ମତାମତକୁ ସମ୍ମାନ ଦେଇ ଗୃହ କାର୍ଯ୍ୟ ଚଳାଇବାକୁ ଚେଷ୍ଟା କରିବି। ଉପବାଚସ୍ପତି ହେବା ପାଇଁ ମୋର ଯୋଗ୍ୟତା ରହିଛ। କାରଣ ମୁଁ ୨, ୨ ଥରର ବିଧାୟକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!