ଭୁବନେଶ୍ୱର ମେଟ୍ରୋ ରେଲ୍‌ ପ୍ରୋଜେକ୍ଟ ପାଇଁ MOU ଚୁକ୍ତି ସ୍ଵାକ୍ଷରିତ

ଭୁବନେଶ୍ୱର,୨୦।୧୧: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସୋମବାର ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ସହିତ ଏକ ବୁଝାମଣାପତ୍ର(ଏମଓୟୁ) ସ୍ୱାକ୍ଷର କରିଛନ୍ତି। ଭର୍ଚୁଆଲ୍‌ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ଵାକ୍ଷର ହୋଇଛି। ଭୁବନେଶ୍ୱର ମେଟ୍ରୋ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରୋଜେକ୍ଟ ପାଇଁ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ ସହ MOU ସ୍ୱାକ୍ଷରିତ ହୋଇଛି । ଭର୍ଚୁଆଲ୍ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ MOU ସ୍ୱାକ୍ଷର ହୋଇଥିବା ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ । ୪ ବର୍ଷରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏଥିପାଇଁ ବ୍ୟୟ ହେବାକୁ ଥିବା ୬ ହଜାର ୨ ଶହ ୫୫ କୋଟି ଟଙ୍କା ରାଜ୍ୟ ସରକାର ବହନ କରିବେ । ରାଜ୍ୟରେ କୌଣସି ଗୋଟିଏ ପ୍ରୋଜେକ୍ଟ ପାଇଁ ଏହା ହେଉଛି ସର୍ବାଧିକ ବ୍ୟୟ ଅଟକଳ । ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ଚୁକ୍ତି ସ୍ଵାକ୍ଷରିତ ହୋଇଛି । ଭର୍ଚୁଆଲ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ଵାକ୍ଷରିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ଚୁକ୍ତି ଓଡ଼ିଶାର ପରିବହନ ଇତିହାସରେ ଏକ ନୂତନ ଯୁଗର ଆବିର୍ଭାବର ସଙ୍କେତ ଦେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପ ମାଧ୍ୟମରେ ଆମେ ରାଜଧାନୀ ଅଞ୍ଚଳରେ ପରିବହନ କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହେଉଛୁ । ମୋ ସରକାରଙ୍କ ୫-ଟି ଇନିସିଏଟିଭ୍ ଅଧୀନରେ ଏହା ଏକ ଫ୍ଲାଗସିପ୍ କାର୍ୟ୍ୟକ୍ରମ, ଯାହା ଏକ ନୂତନ ଓଡ଼ିଶାର ଆବିର୍ଭାବର ପ୍ରତୀକ ହେବ ବୋଲି ସେ କହିଛନ୍ତି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!