ଆସୁଛି ଲଘୁଚାପ!୨୬ରେ ସୃଷ୍ଟି ହୋଇ ୨୭ରେ ଅବପାତର ରୂପ ନେବ

ଭୁବନେଶ୍ୱର, ୨୨।୧୧ : ଆସୁଛି ଆଉ ଏକ ଲଘୁଚାପ। ଏହି ଲଘୁଚାପ ୨୬ତାରିଖରେ ସୃଷ୍ଟି ହେବ ଓ ୨୭ରେ ଅବପାତର ରୂପ ନେବ । ଆସନ୍ତା ୨୫ରେ ଘୂର୍ଣ୍ଣିଝଡ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏହା ସୃଷ୍ଟି ହେବ ।ଆସନ୍ତା ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇପାରେ। ଲଘୁଚାପ ଓ ଅବପାତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅବପାତ ପରବର୍ତ୍ତୀ ସମୟରେ କି ରୂପ ନେବ ତାହା ଅସ୍ପଷ୍ଟ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!