ନୂଆଦିଲ୍ଲୀ,୨୨ା୧୧: ଜମ୍ମୁ-କଶ୍ମୀର ରଜୌରୀ ଜିଲାର କାଲାକୋଟ ଜଙ୍ଗଲରେ ଆତଙ୍କବାଦୀ ମାନଙ୍କ ସହିତ ଗୁଳିମାଡ଼ରେ ଦୁଇ ଅଧିକାରୀ ଏବଂ ଦୁଇ ସୈନିକ ସହିଦ ହୋଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ଖବର ପାଇଁ ଭାରତୀୟ ସେନା ଏବଂ ପୋଲିସ ଅଧିକାରୀମାନେ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅଚାନକ ଗୁଳିମାଡ କରିଥିଲେ। ଫଳରେ ୪ ବୀର ସୈନିକ ସହିଦ ହୋଇସାଯାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |