ପୁରୀ ,,୨୪।୧୧:ଆଜି ପବିତ୍ର ମହା ପଞ୍ଚକ ବ୍ରତର ଦ୍ୱିତୀୟ ଦିନ । ଆଜି ବାଙ୍କଚୁଡ଼ ବା ବାମନ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଏହାସହ ଗରୁଡ଼ ଉତ୍ଥାପନ ନୀତି ବି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହେବ । ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ। ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ ।ଗତକାଲି ପ୍ରଥମ ଦିନରେ ଭକ୍ତଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ।ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଭୋଗ ମଣ୍ଡପ ଶେଷ ହେବାପରେ ଠାକୁରମାନଙ୍କ ଏହି ଆକର୍ଷଣୀୟ ବେଶ ହୋଇଥିବା ବେଳେ ଦର୍ଶନାର୍ଥୀଙ୍କୁ ଏହି ଅପୁର୍ବ ବେଶ ଦର୍ଶନର ସାନିଧ୍ୟ ମିଳିଥାଏ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |