କଟକ, ୨୪।୧୧:ଆଜି ପଞ୍ଚୁକର ଦ୍ୱିତୀୟ ଦିନ। ପଞ୍ଚୁକର ଦ୍ୱିତୀୟ ଦିନରେ ବାବା ଧବଳେଶ୍ୱର ଗଙ୍ଗାଧର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।। ପଞ୍ଚୁକରେ ଧବଳେଶ୍ୱରଙ୍କ ଦର୍ଶନ ଲାଗି ଆଜି ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଭିଡ଼ ଲଗାଇଛନ୍ତି। ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଇଥିଲେ। ଆଜି ଦ୍ୱିତୀୟ ଦିନରେ ମଧ୍ୟ ସ୍ୱତନ୍ତ୍ର ନୀତିକାନ୍ତି ରହିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଆସନ୍ତାକାଲି ବଡ଼ଓଷାରେ ବଡ଼ସିଂହାର ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |