ରାଜ୍ୟ କ୍ୟାବିନେଟ ବୈଠକରେ ୩ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୪ା୧୧:ରଦ୍ଦ ହେଲା ଆଦିବାସୀ ଜମି ହସ୍ତାନ୍ତର ଅଧିନିୟମ। ବିରୋଧୀଙ୍କ ପ୍ରବଳ ବିରୋଧ ପରେ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ କ୍ୟାବିନେଟ୍। ଏହି ନିଷ୍ପତ୍ତି ପାଇଁ କିଛି ଦିନ ଧରି ବିରୋଧୀଙ୍କ ଟାର୍ଗେଟକୁ ଚାଲି ଆସିଥିବା ରାଜ୍ୟ ସରକାର ଶେଷରେ ଏହାକୁ ପ୍ରଶମିତ କରିବାକୁ ଉଦ୍ୟମ କରିଛନ୍ତି। ଏହି ଅଧିନିୟମକୁ ସଂଶୋଧନ ପାଇଁ ଟ୍ରାଇବାଲ୍ ଆଡଭାଇଜରି କାଉନସିଲ୍ ନିକଟକୁ ପଠା ଯାଇଥିବା ଆଜି ଗୃହରେ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ।ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।

୧. ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ (OSWAS) ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି। ସମଗ୍ର ଦେଶରେ digital workflow systemର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ ଓସ୍ୱାସ୍‌ର ସ୍ୱତନ୍ତ୍ର ଖ୍ୟାତି ରହିଛି। ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ।

୨. ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା। ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି।୩. ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ( ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!