ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପ

ଭୁବନେଶ୍ବର,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ପ୍ରକଳ୍ପଟି ହେଉଛି–  ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ବରଗଡ ଜିଲ୍ଲାର ଝାରବନ୍ଧ ଓ ପାଇକମାଳ ବ୍ଳକ୍‌ର ଜନସାଧାରଣ ଉପକୃତ ହେବେ।  ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!