ପୁରୀ ,୨୫।୧୧:ଆଜି ପଞ୍ଚୁକର ତୃତୀୟ ଦିନ। ଭକ୍ତଙ୍କୁ ତ୍ରିବିକ୍ରମ ବେଶରେ ଦେଉଛନ୍ତି ମହାପ୍ରଭୁ। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି |ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ |ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ। ତେଣୁ ଦର୍ଶନ ପାଇଁ ପୂର୍ବଦିନ ଅପେକ୍ଷା ପଞ୍ଚୁକରେ ଶ୍ରୀମନ୍ଦିରରେ ଅଧିକ ଭିଡ଼ ଦେଖିବାକୁ ମିଳୁଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ଗତକାଲି କିଛି ଭକ୍ତ ଦର୍ଶନରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଥିଲେ। ତେବେ ସୁରୁଖୁରୁରେ ଦର୍ଶନ ବ୍ୟବସ୍ଥା ଚାଲିଥିବା ଏସପି କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |