ନବରଙ୍ଗପୁର ଡାବୁଗାଁ ବ୍ଲକରେ ବିକାଶ ଭାରତ ସଂକଳ୍ପ ଯାତ୍ରା ଉଦଘାଟିତ

 

ନବରଙ୍ଗପୁର(ମିହିର ଶଙ୍କର ପାତ୍ର),,୨୫।୧୧:-ଡାବୁଗାଁ ବ୍ଲକ ଅଧୀନ ଜବାଗୁଡା ପଞ୍ଚାୟତ କାର୍ଯ୍ୟ|ଳୟ ବିକାଶ ଭାରତ ସଂକଳ୍ପ ଯାତ୍ରା   ଉଦଘାଟିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜିଲା ଅତିରିକ୍ତ ଜିଲାପାଳ ମହେଶ୍ଵର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ ଯାତ୍ରାକୁ ଉଦଘାଟନ କରିଥିଲେ | ଏଥିରେ ଏଲଇଡି ମାଧ୍ୟମରେ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଜନ କଲ୍ୟାଣ ଯୋଜନା ଉପରେ ଦେଖାଯାଇ ଜନସାଧାରଣଙ୍କୁ ସଚେତନ କରାଯାଉଛି | ଉପସ୍ଥିତ ଅଧିକାରୀ ଓ ଜନସାଧାରଣଙ୍କୁ ଶପଥ ପାଠ କରାଇଥିଲେ | ଅପରାହ୍ନରେ ବଡଓଲମା ପଞ୍ଚାୟତରେ ମଧ୍ୟ ବିକାଶ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଥିଲା | ଏହି ଅବସରରେ ଜିଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଡାବୁଗାଁ ବ୍ଲକ ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଡାବୁଗାଁ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ ସ୍ଵାଇଁ, ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭରପ୍ରାପ୍ତ ଚିକିତ୍ସାଧିକାରୀ ଡା. ସୁଭାଶିଷ ସାହୁ, ଜବାଗୁଡା ପଞ୍ଚାୟତ ନିର୍ବାହୀ ଅଧିକାରୀ ପର୍ଶୁରାମ ମାଳୀ, ବଡଓଲମା ପଞ୍ଚାୟତ ନିର୍ବାହୀ ଅଧିକାରୀ ହଳଧର ଜାନୀ, ପେସା ସଂଯଜକ ଶୁଭଶ୍ରୀ ମହାଙ୍କୁଡ(ବୁଲୁ), ଶିକ୍ଷୟତ୍ରୀ ଶିକ୍ଷକ, ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଓ ଜନସାଧାରଣ ଉପସ୍ଥିତ ଥିଲେ ।ଏଭଳି ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି କାର୍ଯ୍ୟକ୍ରମ ଚାଲିଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!