ଭୁବନେଶ୍ୱର,୨୬ା୧୧ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଠାରୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଜାର ସହିତ ସ୍ବାଗତ କରାଯାଇଛି। ସେହିପରି ବିମାନମନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ରଘୁବର ଦାସ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପୁଲିସ ଡିଜି ସୁନୀଲ ବଂଶଲ ଓ ମେୟର ସୁଲୋଚନା ଦାସ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୧୬ ପ୍ଲାଟୁନ ପୁଲିସ ଫୋର୍ସ ସହ ୧୦୦ ଅଫିସର ମୁତୟନ ଅଛନ୍ତି। ମହାମିହମ ଆଜି ରାଜଭବନରେ ବିଶ୍ରାମ ନେବେ। କାଲି (ସୋମବାର) ସକାଳ ୮.୩୦ରୁ ରାଜଭବନରୁ ବାହାରି ୮.୪୦ ରେ ସ୍ଵତନ୍ତ୍ର ବିମାନରେ ପାରାଦ୍ଵୀପ ଯିବେ। ଆସନ୍ତାକାଲି (ସୋମବାର) ସେ ପାରାଦ୍ଵୀପରେ ପୂର୍ବାହ୍ଣ ୧୦ଟାରେ ଆୟୋଜନ ହେବାକୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |