ଭୁବନେଶ୍ୱର.୨୭।୧୧: ବିଜୁ ଜନତା ଦଳରେ ଯୋଗେ ଦେଇଛନ୍ତି ୫ଟି ସଚିବ ଭି.କେ. ପାଣ୍ଡିଆନ୍ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି ପାଣ୍ଡିଆନ୍ । ୫ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ଏବେ ବିଜୁ ଜନତା ଦଳର ନୂଆ ଚେହେରା ଭାବରେ ପାଇଛନ୍ତି ପରିଚୟ । ପ୍ରଶାସକରୁ ରାଜନେତା ଭାବରେ ମିଳିଛି ଆଉ ଏକ ଗୁରୁଦାୟିତ୍ୱ ।୫ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ମୁଖ୍ୟମନ୍ତ୍ରୀଙ୍କ ଗାଇଡାନ୍ସରେ କାର୍ଯ୍ୟ କରିବି। ଆପଣମାନଙ୍କ ସହଯୋଗରେ ନିଷ୍ଠା, ନମ୍ରତା, ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ ସେବା କରିବି।ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣ୍ଡିଆନ୍ଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ବାଗତ କରୁଛି। ସେ ଅନେକ ବର୍ଷ ହେବ ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳରେ ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ। ମୁଁ ତାଙ୍କୁ ଶୂୁଭେଚ୍ଛା ଜଣାଉଛି। ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପାଣ୍ଡିଆନ୍ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ, କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଣବ ପ୍ରକାଶ ଦାସ ପାଣ୍ଡିଆନ୍ଙ୍କୁ ଶଙ୍ଖ ବ୍ୟାଚ୍ ପିନ୍ଧାଇଥିଲେ। ବିଜେଡିରେ ମିଶିବା ପରେ ପାଣ୍ଡିଆନ୍ ଶଙ୍ଖ ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |