ସୃଷ୍ଟି ହେଲା ଲଘୁଚାପ: ୨୯ରେ ଅବପାତର ରୂପ ନେବ

ନୂଆଦିଲ୍ଲୀ,୨୭।୧୧: ପାଣିପାଗ ବିଭାଗ ପକ୍ଷରୁ ଏକ ବଡ଼ ଖବର ଏବେ ସାମ୍ନାକୁ ଆସିଛି । ଆଗାମୀ ଦିନରେ ଏହା ଏକ ବଡ଼ ବାତ୍ୟାର ରୂପ ନେଇପାରେ । ତେଣୁ ଓଡ଼ିଶାକୁ ପୁଣି ଏକ ବାତ୍ୟା ଭୟ ଗାରିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ, ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।ତେବେ ଆଗାମୀ ସମୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେଇପାରେ । ଏହାପରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏହି ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ଏହା ବାତ୍ୟାର ମଧ୍ୟ ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ତେବେ ବର୍ତ୍ତମାନ ପାଣିପାଗ ବିଭାଗର ଏହି ରିପୋର୍ଟ ଓଡ଼ିଶାବାସୀଙ୍କୁ ଭୟରେ ପକାଇ ଦେଇଛି । ରାଜ୍ୟରେ ଏବେ ଶୀତର ପ୍ରଭାବ ଆରମ୍ଭ ହୋଇଥିବା ବେଳେ ବାତ୍ୟା ବିଭିନ୍ନ ସମସ୍ୟ|ର କାରଣ ହୋଇପାରେ ।ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି।ଏହାର ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ୨୯ ତାରିଖରୁ ମଧ୍ୟ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ଦେଖିବାକୁ ମିଳିବ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!