ଭିଜିଲାନ୍ସ ଜାଲରେ ଥାନା ବାବୁ

ଜୟପୁର,, ୨୮।୧୧ : ଲକ୍ଷାଧିକ ନଗଦ ଟଙ୍କା ସହ ଧରାପଡିଲେ କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ଆଇଆଇସି ସୁଶାନ୍ତ ଶତପଥୀ। ବୈପାରିଗୁଡାରୁ ସେ ଟଙ୍କା ନେଇ ବସରେ କଟକ ଯାଉଥିବା ବେଳେ ସୂଚନା ପାଇ ଭିଜିଲାନ୍ସର ଏକ ଟିମ୍ ଆଇଆଇସିଙ୍କୁ ଜୟପୁର ନିକଟରେ ଅଟକାଇଥିଲା । ତଲାସୀ ବେଳେ ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ନଗଦ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଏତେ ଟଙ୍କା କେଉଁଠାରୁ ଆଣିଲେ ବୋଲି ପ୍ରଶ୍ନର ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ଆଇଆଇସି । ଗତକାଲି ରାତିରେ ଭିଜିଲାନ୍ସ ଅଧିକାରୀ ମାନେ ସୁଶାନ୍ତଙ୍କ ଅଫିସ୍ ଚାମ୍ବର ଓ ସରକାରୀ ବାସଭବନରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ IICଙ୍କ ଅଫିସ୍ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଥିବା ବେଳେ ସରକାରୀ ବାସଭବନରୁ ୩ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଆଜି ଭିଜିଲାନ୍ସ ପକ୍ଷରୁ ଆଇଆଇସିଙ୍କ ପୈତୃକ ଘରେ ଚଢ଼ାଉ ହେବା ନେଇ ସୂଚନା ରହିଛି। ଏହାସହ ସୁଶାନ୍ତଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା କରୁଛି। ପରେ ବୈପାରିଗୁଡା ଥାନାରେ ତାଙ୍କ ଅଫିସ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଓ ସରକାରୀ ବାସଭବନରୁ ୩ ଲକ୍ଷ ଟଙ୍କା ଖାନତଲାସୀ ବେଳେ ମିଳିଥିଲା । ତାଙ୍କଠାରୁ ମୋଟ ସାଢେ ୭ ଲକ୍ଷ ଟଙ୍କା ଜବତ କରାଯାଇଛି। ଆଜି ଭିଜିଲାନ୍ସ ପକ୍ଷରୁ ଆଇଆଇସିଙ୍କ ପୈତୃକ ଘରେ ମଧ୍ୟ ଚଢ଼ାଉ ହେବା ନେଇ ସୂଚନା ରହିଛି। ଏହାସହ ସୁଶାନ୍ତଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା କରୁଛି। ଆଇଆଇସି ସୁଶାନ୍ତ କୁମାରଙ୍କ ନାଁରେ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଗତକାଲି ଭିଜିଲାନ୍ସ ତାଙ୍କୁ ଧରିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!