ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟାରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ,୨୯।୧୧: ଆଜି ବୁଧବାର ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି , ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ । ଏଣୁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଆଜି ଅପରାହ୍ମରେ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ବନକଲାଗି ନୀତି କରିବେ ।ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!