ନୂଆଦିଲ୍ଲୀ,୩୦/୧୧:ଓଡ଼ିଆ ଝିଅ ମନୀଷା ପାଢ଼ୀ ହୋଇଛନ୍ତି ଦେଶର ପ୍ରଥମ ମହିଳା ADC । ବାୟୁସେନା ଅଧିକାରୀ ଭାବେ ନିଯୁକ୍ତି ପାଇଥିବା ମନୀଷାଙ୍କୁ ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ADC (Aide-De-Camp) ଭାବେ ନିଯୁକ୍ତି ଦେଇଛନ୍ତି ।ସ୍କ୍ୱାର୍ଡନ ଲିଡର ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ବାୟୁସେନା ଅଧିକାରୀ । ସେ ଏହି ପଦବୀରେ ନିଯୁକ୍ତ ହୋଇଥିବା ଦେଶର ପ୍ରଥମ ମହିଳା । ଏହି ନିଯୁକ୍ତି ଏକ ମାଇଲ ଖୁଣ୍ଟ ଓ ମହିଳା ସଶକ୍ତୀକରଣ ଉପରେ ବଡ଼ ଉପଲବ୍ଧି ବୋଲି କହିଛନ୍ତି ରାଜ୍ୟପାଳ ।ନୂଆ ଦାୟିତ୍ୱ ନେଉଛନ୍ତି ADC ମନୀଷା ପାଢ଼ୀ ।
:
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |