ନୂଆଦିଲ୍ଲୀ,,୩୦।୧୧ : ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ହିତାଧିକାରୀଙ୍କ ସହ ଆଲୋଚନା କଲେ ପିଏମ୍ ମୋଦି । ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍ କେନ୍ଦ୍ରର କଲେ ଶୁଭାରମ୍ଭ। ମହିଳା ମାନଙ୍କର ନେତୃତ୍ବାଧୀନ ବିକାଶ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। 10 ହଜାର ତମ ଜନ ଔଷଧି କେନ୍ଦ୍ରର ଲୋକାର୍ପଣ କରିଛନ୍ତି ପିଏମ୍ ମୋଦି। ଏହାସହ ଏମ୍ସ ଦେଓଘରରେ ଐତିହାସିକ ୧୦ ହଜାର ତମ ଜନ ଔଷଧି କେନ୍ଦ୍ର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ଣ ୧୧ଟାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କ ସହିତ ଆଭାସୀ ଜରିଆରେ ଭାବ ବିନିମୟ କରିଛନ୍ତି। ଏତଦ୍ବ୍ୟତୀତ ପ୍ରଧାନମନ୍ତ୍ରୀ ଆଜି ବିହାରର ଦେଓଘର ଏମ୍ସଠାରେ ୧୦ ହଜାର ତମ ଜନଔଷଧି କେନ୍ଦ୍ରକୁ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଔଷଧୀ କେନ୍ଦ୍ରର ସଂଖ୍ୟା ୧୦,୦୦୦ ରୁ ୨୫,୦୦୦ କୁ ବୃଦ୍ଧି କରିବାକୁ ଏକ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି। ଜନଔଷଧି କେନ୍ଦ୍ର ମାଧ୍ୟମରେ ଜନସାଧାରଣଙ୍କୁ ସୁଲଭ ଓ ସହଜରେ ଔଷଧ ଉପଲବ୍ଧ କରାଇବା ହେଉଛି କେନ୍ଦ୍ର ସରକାରଙ୍କର ମୁଖ୍ୟ ଉଦ୍ଦେଶ୍ୟ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ‘ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ୍ କେନ୍ଦ୍ର’ର ମଧ୍ୟ ଶୁଭାରମ୍ଭ କରିଛନ୍ତି।ଏହି ବୈଷୟିକ ସହାୟତା ମାଧ୍ୟମରେ ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଜୀବିକାର୍ଜନ ନିମନ୍ତେ ସୁଯୋଗ ମିଳିପାରିବ ବୋଲି ସରକାରୀ ଭାବେ କୁହାଯାଉଛି। ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୫ ହଜାର ଡ୍ରୋନ୍ ଯୋଗାଇ ଦିଆଯିବ। ଡ୍ରୋନ୍ ଉଡ଼ାଇବା ଏବଂ ସେଗୁଡ଼ିକୁ ଠିକ୍ ଭାବେ ବ୍ୟବହାର କରିବା ଲାଗି ମହିଳାମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏପରିକି କୃଷି କ୍ଷେତ୍ରରେ ଏଭଳି ବୈଷୟିକ ସହାୟତା ବିନିଯୋଗ ଲାଗି ଏହି ବ୍ୟବସ୍ଥା ପ୍ରୋତ୍ସାହନ ଦେବ।
ଚଳିତବର୍ଷ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଇଥିବା ଭାଷଣରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କ ପାଇଁ ଡ୍ରୋନ୍ ଯୋଗାଇଦେବା ଏବଂ ଜନଔଷଧୀ କେନ୍ଦ୍ରର ସଂଖ୍ୟାକୁ ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ଲାଗି ଘୋଷଣା କରିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |