ଏନଆଇଟି, ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ

ରାଉରକେଲା,୩୦।୧୧: ୨୦୩୬ରେ ଓଡିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱତନ୍ତ୍ରତା ପୂର୍ତ୍ତିର ୧୦୦ ବର୍ଷ ପୂରଣ କରିବ । ଏହି ୧୩ ବର୍ଷ ଓ ୨୫ ବର୍ଷ ସମୟ ମଧ୍ୟରେ ୧୦୦ କୋଟି ଟଙ୍କା ରୋଜଗାର କରାଇବା ଭଳି ୧୦୦ ଜଣ ଓଡ଼ିଆ ପିଲାଙ୍କୁ ତିଆରି କରିବାକୁ ହେବ । ଏହି ଲକ୍ଷ୍ୟକୁ ସାକାର କରିବାକୁ ହେଲେ ଏନଆଇଟି ରାଉରକେଲା ଭଳି ଶିକ୍ଷାନୁଷ୍ଠାନକୁ ନେତୃତ୍ୱ ନେବାକୁ ପଡିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଗୁରୁବାର ଏନଆଇଟି ରାଉରକେଲା ଠାରେ ଛାତ୍ରଛାତ୍ରୀ ଓ ଅଧ୍ୟାପକଙ୍କ ସୁବିଧା ପାଇଁ ପ୍ରାୟ ୨୫୦ କୋଟି ଟଙ୍କା ବ୍ୟୟରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ ଓ ଭୂମିପୂଜନ କରିଛନ୍ତି । ଏହି ପ୍ରକଳ୍ପ ଗୁଡିକ ହେଲା ୭୭.୫୩ କୋଟି ବ୍ୟୟରେ ୧ ହଜାର ସିଟ୍ ସଂଖ୍ୟା ବିଶିଷ୍ଟ ଛାତ୍ରାବାସ, ୩୮.୮୭ କୋଟି ବ୍ୟୟରେ ୫୦୦ ସିଟ୍ ବିଶିଷ୍ଟ ଛାତ୍ରୀନିବାସ, ୧୩.୨୧ କୋଟି ବ୍ୟୟରେ ୧.୫ ଏମଏଲଡି ସ୍ୱରେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ଓ ୩୬.୨୦ କୋଟି ବ୍ୟୟରେ ଅଧ୍ୟାପକ ନିବାସ ନିର୍ମାଣ ହେବ । ସେହିପରି ଏମସିଏଲ ଦ୍ୱାରା ୪୨.୬୯ କୋଟି ବ୍ୟୟରେ ୫୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଓ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଛାତ୍ରୀଙ୍କ ପାଇଁ ୫୦୦ ସିଟ୍ ବିଶିଷ୍ଟ ହଷ୍ଟେଲ ନିର୍ମାଣ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!