ଭୁବନେଶ୍ବର, ୧।୧୨: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |