ଭୁବନେଶ୍ୱର,୨ା୧୨:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ଘନୀଭୂତ ହୋଇ ଆଜି ଗଭୀର ଅବପାତରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ୩ ତାରିଖରେ ଏକ ବାତ୍ୟାରେ ପରିଣତ ହୋଇ ୫ତାରିଖରେ ଆନ୍ଧ୍ରପ୍ରଦେଶର ନେଲୁର ଓ ମଛିଲିପାଟନମ୍ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ହେଲେ ସ୍ଥଳଭାଗ ଛୁଇଁବା ପୂର୍ବରୁ ବାତ୍ୟା ‘ମିଚାଉଁ’ ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ଏହାର ଗତିପଥ ଓଡ଼ିଶା ଆଡ଼କୁ ରହିବ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୩ ତାରିଖରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ପୁଡୁଚେରୀ ଠାରୁ ୫୦୦କିମି, ଚେନ୍ନାଇ ଠାରୁ ୫୧୦ କିମି ଦୂରରେ ଅବସ୍ଥିତ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟାଟି ୪ ତାରିଖରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ନିକଟତର ହେବ। ୫ ତାରିଖରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଦେଇ ଅତିକ୍ରମ କରିବ। ଏହା ଅତିକ୍ରମ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିମି ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |