ନୂଆଦିଲ୍ଲୀ ,୪।୧୨ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ଆୟୋଜିତ ହୋଇଥିବା ବେଳେ ରବିବାର ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନାରେ ବିଧାନସଭା ଫଳାଫଳ ପ୍ରକାଶ ପାଇଥିଲା । ଏହି ୪ଟି ରାଜ୍ୟରୁ ଛତିଶଗଡ଼, ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ବିଜେପି ବାଜିମାତ କରିଥିବା ବେଳେ ତେଲେଙ୍ଗାନାରେ କଂଗ୍ରେସ ସରକାର ବିଜୟ ପତାକା ଉଡ଼ାଇଛି । ଆଜି ମିଜୋରାମ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯିବ । ଆଉ କିଛି କ୍ଷଣ ମଧ୍ୟରେ ଭୋଟ ଗଣନା ଆରମ୍ଭ ହେବ । ଏଥିପାଇଁ ଭୋଟ୍ ଗଣନା କେନ୍ଦ୍ର ଗୁଡ଼ିକରେ ବାଲଟ୍ ପେପର ପହଂଚିବା ଆରମ୍ଭ ହୋଇଯାଇଥିବା ନେଇ ଏଏନ୍ଆଇ ପକ୍ଷରୁ ‘ଏକ୍ସ’(ପୂର୍ବରୁ ଟ୍ୱିଟ୍) କରାଯାଇଛି ।ଆଜି ଆସିବ ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳ। ୪୦ ବିଧାନସଭା ଆସନ ବିଶିଷ୍ଟ ମିଜୋରାମରେ କାହାର ହେବ, ଭୋଟ୍ ଗଣତି ପରେ ସ୍ପଷ୍ଟ ହୋଇଯିବ। ଏହି ଆସନ ପାଇଁ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ଏକଜିଟ ପୋଲର ଆକଳନ ଅନୁଯାୟୀ କ୍ଷମତାସୀନ ମିଜୋ ନ୍ୟାସନାଲ ଫ୍ରଣ୍ଟ, କଂଗ୍ରେସ, ବିଜେପି ଓ ମିଜୋରାମ ପିପୁଲ ମୁଭମେଣ୍ଟ ମଧ୍ୟରେ କଡ଼ା ମୁକାବିଲା ରହିବ। ଅନ୍ୟପଟେ ମିଜୋ ନ୍ୟାସନାଲ ଫ୍ରଣ୍ଟ ପୁଣି ଥରେ କ୍ଷମତାକୁ ଫେରିବ ବୋଲି ଦୃଢୋକ୍ତି କରିଛନ୍ତି ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ଏସବୁ ମଧ୍ୟରେ ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର।ଭୋଟ୍ ଗଣତି ପାଇଁ ୪୦ଟି କେନ୍ଦ୍ରର ବ୍ୟବସ୍ଥା ହୋଇଥିବା ବେଳେ, ୪ହଜାର କାଉଣ୍ଟିଂ ଷ୍ଟାଫ୍ ନିୟୋଜିତ ହୋଇଛନ୍ତି। ସେହିପରି ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ସମେତ ୨ ହଜାର ମିଜୋରାମ ପୁଲିସ ନିୟୋଜିତ ହୋଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |