କଟକ,୪।୧୨:ଐତିହାସିକ କଟକ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ବାଲିଯାତ୍ରାର ଶେଷ ଦିନ ଥିଲା।ଆଉ ଦିନଟିଏ ପାଇଁ ବଢ଼ିଲା କଟକ ଐତିହାସିକ ବାଲିଯାତ୍ରାର ଅବଧି । ଆଜି ବଦଳରେ କାଲି ସରିବ ବାଲିଯାତ୍ରା । ଏ ସଂକ୍ରାନ୍ତରେ କଟକ ମେୟର ଆଉ ୨ ଦିନ ବାଲିଯାତ୍ରାର ଅବଧି ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ଲେଖିଥିଲେ । ପରେ ମୁଖ୍ୟମନ୍ତ୍ରୀ ୨ ଦିନ ପରିବର୍ତ୍ତେ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ଅନୁମତି ପ୍ରଦାନ କରିଥିଲେ । ନଭେମ୍ବର ୨୪ରେ ଆରମ୍ଭ ହୋଇଥିବା ଏହି ବାଲିଯାତ୍ରା ଆଜି ଶେଷ ହୋଇଥାନ୍ତା କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଆଜି ଶେଷ ହେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ସାଧାରଣ ଲୋକଙ୍କ ଉତ୍ସାହ ଓ ଆଗ୍ରହକୁ ଦୃଷ୍ଟିରେ ରଖି ବାଲିଯାତ୍ରା ଅବଧିକୁ ଆଉ ଗୋଟିଏ ଦିନ ବଢ଼ାଇବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |