ଗଭୀର ଅବପାତରେ ପରିଣତ ହେଲା ବାତ୍ୟା ‘ମିଗଜୋମ

ଭୁବନେଶ୍ଵର,୬/୧୨:ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ରହିଛି।ବାତ୍ୟା ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାରେ ଆଜି ସବୁସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।।ତେବେ ବର୍ତ୍ତମାନ ପାଇଁ ଓଡ଼ିଶାରେ ବାତ୍ୟାର ଭୟ ନାହିଁ ବୋଲି ସୂଚନା ଦେଇଛନ୍ତି SRC ସତ୍ୟବ୍ରତ ସାହୁ। ଆନ୍ଧ୍ରରେ ସ୍ଥଳଭାଗ ଛୁଇଁଲା ପରେ ବାତ୍ୟା ଧୀରେ ଧୀରେ ଦୁର୍ବଳ ହେଉଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ପାଚିଲା ଧାନ କ୍ଷେତ୍ରରେ ପାଣି ପଶି ନଷ୍ଟ ହୋଇଯାଇଛି। ଶୀଘ୍ର କ୍ଷୟକ୍ଷତି ରିପୋର୍ଟ ଦେବା ପାଇଁବିଭାଗୀୟ ଅଧିକାରୀମାନଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ ଅଧିକାରୀମାନେ ରିପୋର୍ଟ ପ୍ରଦାନ କଲେ ତାର ଅନୁଧ୍ୟାନ କରାଯାଇ କ୍ଷତି ପୂରଣ ଦିଆଯିବ ବୋଲି ଏସଆରସି କହିଛନ୍ତି।ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!