ନୂଆଦିଲ୍ଲୀ,୯।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କର ୭୭ ତମ ଜନ୍ମଦିବସ |ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ତାଙ୍କର ୭୭ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ‘ଶ୍ରୀମତି ସୋନିଆ ଗାନ୍ଧୀଙ୍କୁ ତାଙ୍କ ଜନ୍ମଦିନରେ ଢେର ଶୁଭେଚ୍ଛା । ଈଶ୍ୱର ତାଙ୍କୁ ଦୀର୍ଘାୟୁ ଓ ଉତ୍ତମ ସ୍ୱାସ୍ଥ୍ୟ ପ୍ରଦାନ କରନ୍ତୁ ।’ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ମୋଦି ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।ଦୀର୍ଘ ଦିନ ଧରି କଂଗ୍ରେସ ସଭାପତି ଭାବେ କାର୍ଯ୍ୟଭାର ସମ୍ଭାଳିଥିବା ସୋନିଆ ଗାନ୍ଧୀ ସ୍ବାସ୍ଥ୍ୟଗତ କାରଣରୁ ଗତ କିଛି ବର୍ଷ ମଧ୍ୟରେ ସକ୍ରିୟ ରାଜନୀତିରୁ ଟିକେ ଦୂରେଇ ଯାଇଛନ୍ତି ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସ ଦଳରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି।ଏହା ବ୍ୟତିତ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ମଧ୍ୟ ସୋନିଆଙ୍କୁ ଶୁଭକାମନା ଜଣାଇ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । ଏହା ବ୍ୟତିତଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଧ୍ୟ ସୋନିଆଙ୍କୁ ଶୁଭ କାମନା ଜଣାଇ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |