ISIS ଆତଙ୍କୀ ଷଡ଼ଯନ୍ତ୍ର ମାମଲା , ୪୪ ସ୍ଥାନରେ NIAର ଚଢ଼ାଉ

ନୂଆଦିଲ୍ଲୀ,୯।୧୨: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଶନିବାର ସକାଳେ କର୍ନାଟକ ଏବଂ ମହାରାଷ୍ଟ୍ରର ପ୍ରାୟ ୪୪ ଟି ସ୍ଥାନରେ ଚଢାଉ କରୁଛି। ISIS ଆତଙ୍କୀ ଷଡ଼ଯନ୍ତ୍ର ମାମଲାରେ ଦେଶର ଦୁଇଟି ସ୍ଥାନରେ NIAର ଏକକାଳୀନ ଚଢ଼ାଉ । ମହାରାଷ୍ଟ୍ର ଓ କର୍ଣ୍ଣାଟକର ୪୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ରେଡ୍ କରିଛି । ନ୍ୟୁଜ ଏଜେନ୍ସି ଏନ୍‌ଆଇ ଅନୁଯାୟୀ, ବିଶ୍ୱ ଆତଙ୍କବାଦୀ ଗୋଷ୍ଠୀ ଇସଲାମିକ ଷ୍ଟେଟ ଅଫ ଇରାକ ଏବଂ ସିରିଆ (ଆଇଏସଆଇଏସ୍‌) ମାଧ୍ୟମରେ ସାରା ଦେଶରେ ଆତଙ୍କବାଦୀ ଆକ୍ରମଣ କରିବା ଷଡଯନ୍ତ୍ର ସହ ଜଡିତ ଏକ ମାମଲାରେ ଏହି ଚଢାଉ କରାଯାଉଛି। ଆଇଏସଆଇଏସକୁ ଦୁନିଆର ସବୁଠାରୁ ଭୟଭୀତ ଆତଙ୍କବାଦୀ ସଂଗଠନ ଭାବେ ଗଣାଯାଏ।ବର୍ତ୍ତମାନ ସୁଦ୍ଧା ଆଜି ୧୩ ଜଣ ଗିରଫ ହୋଇଥିବା ଜଣାପଡିଛି । ଇସଲାମିକ୍ ଷ୍ଟେଟ୍ ସହ ଲିଙ୍କ୍ ମାମଲାରେ ଏମାନଙ୍କୁ ପୁନେରୁ ଗିରଫ କରାଯାଇଛି ।ସ୍ଥାନୀୟ ପୋଲିସ ସହାୟତାରେ ଚାଲିଛି ରେଡ୍ । କର୍ଣ୍ଣାଟକର ଗୋଟିଏ ସ୍ଥାନ, ପୁଣେର ଦୁଇଟି ଓ ଠାଣେ ଗ୍ରାମାଂଚଳର ୩୧ଟି ସ୍ଥାନରେ ରେଡ୍ ଚାଲିଛି । ଠାଣେ ସହରରେ ୯ଟି ସ୍ଥାନ ସହ ଭୟାନ୍ଦରରେ ଗୋଟିଏ ସ୍ଥାନରେ ଚଢ଼ାଉ । ଆଣ୍ଟି ଟେରର ସଂସ୍ଥାର ଅଧିକାରୀଙ୍କ ସହ ମହାରାଷ୍ଟ୍ର ଓ କର୍ଣ୍ଣାଟକ ପୋଲିସ ଏଥିରେ ହୋଇଛନ୍ତି ସାମିଲ । ଏହି ମାମଲାର ତଦନ୍ତ ବେଳେ ଏକ ବଡ଼ ଜଟିଳ ନେଟୱର୍କ କାମ କରୁଥିବା ଜାଣିବାକୁ ପାଇଥିଲା ଏନ୍‌ଆଇଏ। ଏହି ନେଟ୍‌ୱର୍କ ଦେଶର କିଛି ପ୍ରମୁଖ ସ୍ଥାନରେ ବଡ଼ ଧରଣର ବିସ୍ଫୋରଣ ଯୋଜନା କରିଥିଲା। ସେହିପରି ସେନାର କିଛି ଠିକଣାକୁ ଏହି ନେଟ୍‌ୱର୍କ ଟାର୍ଗେଟ କରିବାକୁ ଯୋଜନା କରୁଥିଲା। ଦେଶର କିଛି ପ୍ରମୁଖ ସେନା ଘାଟିର ଫଟୋ ଏହି ନେଟୱର୍କ ପାକିସ୍ତାନ ଓ ସିରିୟାକୁ ପଠାଇଥିବା ମଧ୍ୟ ଜଣାପଡ଼ିଛି। ଏହା ପରେ ଯୋଜନାବଦ୍ଧ ଭାବେ ଆଜି ଏନ୍‌ଆଇଏ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ପୂର୍ବରୁ ଏଭଳି ଚଢ଼ାଉ ହୋଇଥିବା ବେଳେ ଅନେକ ସନ୍ଦିଗ୍ଧ ଗିରଫ ହୋଇଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!