ମୁମ୍ବାଇ,୧୦।୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ପଡ଼ିଛି ମହଙ୍ଗା। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାଁ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ଅବମାନନା ଆବେଦନ ଉପରେ କେନ୍ଦ୍ର ସରକାର ଉତ୍ତର ଦେଇଛନ୍ତି। ଗୁଟ୍ଖା ବିଜ୍ଞାପନ ମାମଲାରେ ତିନି କଳାକାରଙ୍କୁ ନୋଟିସ ଜାରି କରାଯାଇଥିବା ଲକ୍ଷ୍ନୌ ବେଞ୍ଚକୁ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି।ତମାଖୁ କଂପାନୀଗୁଡ଼ିକର ବିଜ୍ଞାପନ କରୁଥିବା ବଲିଉଡ୍ ଅଭିନେତା ଶାହରୁଖ ଖାନ, ଅକ୍ଷୟ କୁମାର ଓ ଅଜୟ ଦେବଗନଙ୍କୁ କେନ୍ଦ୍ରୀୟ ଖାଉଟି ସୁରକ୍ଷା ପ୍ରାଧିକରଣ (CCPA) ଅକ୍ଟୋବର ୨୦ ତାରିଖରେ ନୋଟିସ୍ ପଠାଇଛନ୍ତି। ଏକ ଅଦାଲତ ଅବମାନନା ପିଟିସନ ଉପରେ ଆହ୍ଲାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚକୁ ଏହି ତଥ୍ୟ ଦେଇଛନ୍ତି ଡେପୁଟି ସଲିସିଟର ଜେନେରାଲ ଏସ୍ବି ପାଣ୍ଡେ।କେନ୍ଦ୍ର ସରକାରଙ୍କ ଓକିଲ କହିଛନ୍ତି ଯେ, ସୁପ୍ରିମକୋର୍ଟ ମଧ୍ୟ ଏହି ମାଲାରେ ଶୁଣାଣି କରୁଛନ୍ତି, ତେଣୁ ଏହି ଆବେଦନକୁ ଖାରଜ କରାଯିବା ଉଚିତ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ତାରିଖ ୨୦୨୪ ମେ’ ୯ ପାଇଁ ସ୍ଥିର କରାଯାଇଛି। ଜଷ୍ଟିସ ରାଜେଶ ସିଂ ଚୌହ୍ବାନଙ୍କ ଏକକ ବେଞ୍ଚ ଅବମାନନା ଆବେଦନ ଉପରେ ଏହି ଆଦେଶ ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |