ଆଜିଠୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି

ପୁରୀ,୧୧।୧୨: ଆଜି ଠାରୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି ଆରମ୍ଭ । ମାର୍ଗଶୀର ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରୁ ୩ ଦିନ ବ୍ୟାପି ପାଳନ ହୋଇଥାଏ ଦେବ ଦୀପାବଳି ଉତ୍ସବ । ଏହି ୩ ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଏହି ଅବସରରେ ଶ୍ରୀ ବିଗ୍ରହଙ୍କ ଶ୍ରାଦ୍ଧ ବେଶ ଅନୁଷ୍ଠିତ ହେବ । ଡିସେମ୍ବର ୧୨ରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ, ଭକ୍ତଙ୍କୁ ଦର୍ଶନ ଦେବେ। ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।ସିଂହଦ୍ୱାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଦୀପରେ ଝଲସିବ ବଡ଼ଦାଣ୍ଡ । ତିନି ଦିନ ଧରି ପୁରୀରେ ଘରେ ଘରେ ହେବ ଦୀପ ପ୍ରଜ୍ୱଳନ। ଆସନ୍ତାକାଲି ବଡ଼ଦାଣ୍ଡରେ ହେବ ସମୂହ ଦୀପଦାନ। ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ଓ ଛତିଶାନିଯୋଗ ପକ୍ଷରୁ ୧ ଲକ୍ଷ ଦୀପ ପ୍ରଜ୍ୱଳନ ହେବ। ଏଥିରେ ଭକ୍ତଙ୍କ ସହ ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ସ୍ୱେଚ୍ଛାସେବୀ ସଙ୍ଗଠନ ସାମିଲ ହେବେ। ବିଶ୍ୱର ମଙ୍ଗଳ କାମନା କରି ମହାପ୍ରଭୁଙ୍କୁ ଉଦ୍ଦେଶ୍ୟରେ ସମୂହ ଦୀପଦାନ କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!