ଆଫଗାନିସ୍ତାନ ଭୂକମ୍ପର ଝଟକା

ନୂଆଦିଲ୍ଲୀ,୧୨।୧୨: ଆଜି ଆଫଗାନିସ୍ତାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେ ମାପ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ଏହି ଭୂକମ୍ପ ବିଷୟରେ ସୂଚନା ଦେଇଛି । ଆଜି ସକାଳ ୭.୩୫ ରେ ଏହି ଭୂକମ୍ପ ଘଟିଛି । ବର୍ତ୍ତମାନ ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇଥିବାର ଖବର ମିଳିନାହିଁ । ତେବେ ଗୋଟିଏ ଦିନ ପୂର୍ବରୁ ଆଫଗାନିସ୍ତାନର ଫୌଜାବାଦରେ ୪.୪ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଥିଲା । ଫୌଜାବାଦର ପ୍ରାୟ ୧୮୦ କିଲୋମିଟର ଦକ୍ଷିଣ-ପୂର୍ବରେ ଏହି ଭୂକମ୍ପ ଘଟିଛି । ଭୂକମ୍ପ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ବିବରଣୀ ଦିଆଯାଇ ନାହିଁ । ଅକ୍ଟୋବରରେ ଆଫଗାନିସ୍ତାନରେ ହୋଇଥିବା ଭୂକମ୍ପରେ ୪,୦୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା । ୨ ହଜାରରୁ ଅଧିକ ଘର ନଷ୍ଟ ହୋଇଯାଇଥିଲା । ଆଫଗାନିସ୍ତାନର ଲୋକମାନେ ଗୋଟିଏ ପରେ ଗୋଟିଏ ଶକ୍ତିଶାଳୀ ଭୂକମ୍ପ ଅନୁଭବ କରୁଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!