ଭୁବନେଶ୍ବର,୧୨।୧୨: ଭୁବନେଶ୍ବରସ୍ଥିତ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଅଞ୍ଚଳରୁ ସିରିଜ ଲୁଟ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ଆପାର୍ଟମେଣ୍ଟରେ କଳାକନା ବୁଲାଇଛନ୍ତି ଲୁଟେରା । ଏକକାଳୀନ ୫ଟି ଫ୍ଲାଟରୁ ଲୁଟ ହୋଇଥିବା ନେଇ ପୁଲିସ କହିଛି। ତାଲା ଭାଙ୍ଗି ଟଙ୍କା ଓ ସୁନା ଲୁଟିନେଇଛନ୍ତି ଲୁଟେରା । ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |