ନୂଆଦିଲ୍ଲୀ,୧୩।୧୨: ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଚୟନ ହୋଇଛନ୍ତି। ଏହି ତିନୋଟି ରାଜ୍ୟ ମଧ୍ୟରୁ ମଧ୍ୟପ୍ରଦେଶ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ ଛତିଶଗଡରନୂଆ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ଶପଥ ଗ୍ରହଣ କରିବେ।ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ମଧ୍ୟପ୍ରଦେଶରେ ମୋହନ ଯାଦବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଏଥିପାଇଁ ଭୋପାଳରେ ଭବ୍ୟ ଆୟୋଜନ କରାଯାଉଛି ।ସକାଳ ୧୧ଟା ୩୦ରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବେ । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ନିମନ୍ତ୍ରଣ କରାଯାଇଛି । ମଧ୍ୟପ୍ରଦେଶର ନୂଆ ସରକାରରେ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |