ସଂସଦରେ ଆତଙ୍କବାଦୀ ଆକ୍ରମଣକୁ ପୁରିଲା ୨୨ ବର୍ଷ

ନୂଆଦିଲ୍ଲୀ,୧୩।୧୨:ସଂସଦରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ପୁରିଲା ୨୨ ବର୍ଷ ।  ଆଜି ସଂସଦର ଶୀତକାଳୀନ ଅଧିବେଶନର ଅଷ୍ଟମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସକାଳେ ସଂସଦ ଗୃହରେ ପହଞ୍ଚିଛନ୍ତି। ଏଠାରେ ସେ ସଂସଦ ଉପରେ ୧୩ ଡିସେମ୍ବର ୨୦୦୧ରେ ହୋଇଥିବା ଆକ୍ରମଣରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ସହିଦଙ୍କ ବଳିଦାନକୁ ମନେ ପକାଉଛି ସାରା ଦେଶ । ଏହି ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି । ସଂସଦ ଭବନ ପରିସରରେ ପହଞ୍ଚି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସହିଦଙ୍କ ପରିବାର ଲୋକଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ମୋଦି । ପ୍ରଧାନମନ୍ତ୍ରୀଙ୍କ ସମେତ ଲୋକସଭା ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରଦ୍ଧାଞ୍ଜଳି ଦେବା ସହ ସହିଦଙ୍କ ଉଦ୍ଦେଶ୍ୟରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!