ରାୟପୁର,୧୩।୧୨: ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ବିଷ୍ଣୁଦେଓ ସାଏ ଶପଥ ଗ୍ରହଣ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଭାବେ ଭାଜପା ରାଜ୍ୟ ସଭାପତି ଅରୁଣ ସାଓ ଏବଂ ବିଜୟ ଶର୍ମା ଶପଥ ଗ୍ରହଣ କରିଥିଲେ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ । ଶପଥ ପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅରୁଣ ସାଓ । ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମାରୋହରେ ସାମିଲ ଅଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |