ନିଆଁ ଲାଗି ଜଳିଗଲା ୧୫ଟି ଦୋକାନ

ଭଦ୍ରକ,,୧୪।୧୨: ନିଆଁ ଲାଗି ଜଳିଗଲା ୧୫ଟି ଦୋକାନ । ଭଦ୍ରଦ ଜିଲ୍ଲା ବାସୁଦେବପୁର ଇରମ ପଞ୍ଚାୟତରେ ଅଘଟଣ । ରଥପଦା ମାର୍କେଟରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ସମସ୍ତ ଦୋକାନର ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ସୂଚନା ।ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ରଥପଦା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୧୫ଟି ଦୋକାନ ଜଳିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ହଠାତ୍ ଇରମ୍ ପଞ୍ଚାୟତର ରଥପଦା ମାର୍କେଟରେ ଥିବା ଏକ ଦୋକାନରେ ନିଆଁ ଲାଗିଯାଇଥିଲା।ପରେ ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଯାଇ ଥିଲା। ରାତି ହୋଇଥିବାରୁ ନିଆଁ ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଦୋକାନରୁ ସାମଗ୍ରୀ ବାହାର କରିବାକଷ୍ଟକର ହୋଇପଡିଥିଲା।ବାସୁଦେବପୁର ଓ ଧାମରା ଅଗ୍ନିଶମ ବାହିନୀ ପହଞ୍ଚି ୨ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ। ଅଧିକ ଧୁଆଁ ବାହାରିବା  କାରଣରୁ ଅଗ୍ନିଶମ ବାହିନୀକୁ ନିଆଁ ଲିଭାଇବାକୁ କଷ୍ଟକର ହୋଇଥିଲା। ନିଆଁଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!