ଆଜି ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ

ଝାରସୁଗୁଡା,,୧୪।୧୨: ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତ ଜମିର ପଟ୍ଟା ପାଇବେ ହିତାଧିକାରୀ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣ୍ଟନ କରିବେ ଜମିପଟ୍ଟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ।ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଓ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ୭ଟି ଗାଁର ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ କରିବେ । ଏହି ଗାଁ ଗୁଡିକ ହେଲା, ଲେମେଇତିକ୍ରା, ପାତ୍ରପଲ୍ଲୀ, ଛାଡରମା, ଦୁଆଁମୁଣ୍ଡା, ଲାଛିପାଲ୍ଲୀ, ସାହସବାଗ ଓ ବିନକା । ଏହି ୭ଟି ଗ୍ରାମରେ ପ୍ରାୟ ୯୦୦ଟି ପରିବାର ପଟ୍ଟା ପାଇବେ । ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ, ଉଭୟ ଘରବାଡି ଓ ଚାଷଜମି ପଟ୍ଟା ବଣ୍ଟନ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!