ଭୁବନେଶ୍ବର:,୧୫ା୧୨:ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ । ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳିଛି ।ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ସହ ପାରଦ ତଳମୁହାଁ ହୋଇଛି। ୧୦ ଡିଗ୍ରୀ ତଳେ ପାରଦ ରହୁଥିବା ବେଳେ ଆଭ୍ୟନ୍ତରୀଣ ଅଞ୍ଚଳରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ଶୁକ୍ରବାର ସକାଳ ୭ଟା ସୁଦ୍ଧା ପାରଦ ୯ ଡିଗ୍ରୀ ରହିଥିବା ବେଳେ ଆଭ୍ୟନ୍ତରୀଣ ଅଞ୍ଚଳରେ ଏହାଠାରୁ ଯଥେଷ୍ଟ କମ୍ ରହିଥିବା ଜଣାପଡ଼ିଛି। ଶୀତବସ୍ତ୍ର କାମରେ ଆସୁ ନ ଥିବା ବେଳେ ଏବେ ଧନୀ ହେଉ କି ଗରିବ ସମସ୍ତଙ୍କ ପାଇଁ ନିଆଁ ଭରସା ପାଲଟିଛି।ଅଞ୍ଚଳରେ ଗରିବ ରେଖାତଳେ ଥିବା ବୃଦ୍ଧାବୃଦ୍ଧଙ୍କୁ ଅଧିକ ଶୀତ କଷ୍ଟ ଦେଉଥିବା ବେଳେ କାମଧନ୍ଦା ପାଇଁ ଘରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡୁଛି। ସନ୍ଧ୍ୟା ହେଲେ ରାସ୍ତାଘାଟ ଜନଶୂନ୍ୟ ହୋଇପଡୁଛି। ଅପରାହ୍ନ ୪ଟା ପରଠାରୁ ଶୀତ ବୃଦ୍ଧି ପାଇବା ସହ ସକାଳ ୧୦ଟା ପର୍ଯ୍ୟନ୍ତ ଶୀତ ଥରାଉଛି। ବାହାରେ କାକର ପଡୁଥିବାରୁ ଜାଡ଼ ଅଧିକ ଅନୁଭୂତ ହେଉଛିସେପଟେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆରମ୍ଭ ହୋଇ ଯାଇଛି ଶୀତ ପାଇଁ ପ୍ରସ୍ତୁତି । ଶୀତ ପ୍ରକୋପରୁ ରକ୍ଷା ପାଇଁ ସରୀସୃପ ଓ ବିଭିନ୍ନ ପଶୁପକ୍ଷୀଙ୍କ ଖୁଆଡ଼ ମାନଙ୍କରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ପଶୁପକ୍ଷୀଙ୍କ ଖୁଆଡ ଗରମ ରଖିବାକୁ ଇନଫ୍ରାରେଡ୍ ବଲବ୍, ରୁମ ହିଟରର ବ୍ୟବସ୍ଥା, ନଡାର ଚାଦର ବଳି ବ୍ୟବସ୍ଥା କରାଯାଇଛି ।ଖାସ କରି ସିମ୍ଫାଜି ପାଇଁ ତାପମାତ୍ରା ନିରୁପଣ ଏବଂ ହ୍ୟୁମିଡିଟି ଡିଟେକ୍ଟର , ହିଟିଂ ଲାଇଟ, ଶୀତୁଆ ପବନକୁ ରୋକିବାକୁ ଗ୍ରୀନ କଭର ଲଗାଯାଇଛି । ସେହିପରି ପକ୍ଷୀ ମାନଙ୍କ ପାଇଁ ୧୦୦ ପାୱାର ବଲବ ସହ ନେଟ୍ ଲଗାଇବା ଆଦି ଅଭିନବ ଟେକନିକ ହାତକୁ ନେଇଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |