ଏକାମ୍ରକୁ ୨୦୦ କୋଟି ପ୍ରକଳ୍ପ ଭେଟି, ଆଜି ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୨: ଏକାମ୍ର ନିର୍ବାଚନମଣ୍ଡଳୀରେ ୨୦୦କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶିଳାନ୍ୟାସ କରିବେ। ଶିଳାନ୍ୟାସ କାର୍ଯ୍ୟକ୍ରମ ଲିଙ୍ଗିପୁର ପଞ୍ଚାୟତର ଜାଡୁମଲ୍ଲି ମନ୍ଦିର ନିକଟରେ ଅନୁଷ୍ଠିତ ହେବ। ଶିଳାନ୍ୟାସ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ମଧ୍ୟରେ ରହିଛି, ୨୨ କୋଟି ବ୍ୟୟରେ ଦୟା ଦକ୍ଷିଣ ପାର୍ଶ୍ବ ନଦୀବନ୍ଧର ସାଢ଼େ ୮ କି.ମି ରାସ୍ତାର ସୁଦୃଢ଼ୀକରଣ ଓ ପ୍ରଶସ୍ତୀକରଣ କାର୍ଯ୍ୟ। ସେହିପରି ୯୧କୋଟି ଟଙ୍କା ବ୍ୟୟରେ ଧଉଳି ନିକଟ ଦୟା ନଦୀ ଗର୍ଭରେ ଜଳ ସଂରକ୍ଷଣ ବ୍ୟବସ୍ଥା ଗଠନ ବା ଇନ୍‌‌ ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର୍‌‌ ନିର୍ମାଣ କରାଯିବ। ଏହାଦ୍ୱାରା ଆଖପାଖ ଅଞ୍ଚଳରେ ଭୂ-ତଳ ଜଳସ୍ତର ବୃଦ୍ଧି ପାଇବା ସହ ଚାଷ ପାଇଁ ଜଳ ସମସ୍ୟା ଦୂର ହେବ। ସେହିପରି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ୪୨କୋଟି ଟଙ୍କାରେ ବାସୁଆଘାଇ, ଧଉଳି, ଲିଙ୍ଗିପୁର, ଶିଶୁପାଳ, ଶିଶୁପାଳ ଗଡ଼, ଇଟିପୂର୍‌‌, ଟିକରପଡ଼ା ପ୍ରଭୂତି ୬ଟି ପଞ୍ଚାୟତରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ବାସୁଅଘାଇ ଦୟା ନଦୀଠାରେ ଏକ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯିବ। ଇଟିପୁରଠାରେ ମଧ୍ୟ ଟିପିସିଏଲ ପକ୍ଷରୁ ୧୭ କୋଟି ଟଙ୍କାର ଏକ ୩୩କେଭି ଗ୍ରିଡ୍‌ ସବ୍‌‌-ଷ୍ଟେସନ୍‌ ନିର୍ମାଣ କାର୍ଯ୍ୟକୁ ଶିଳାନ୍ୟାସ କରାଯିବ। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ବାସଭବନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏ ସମ୍ପର୍କରେ ଆଲୋଚନା ହେବା ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ କିପରି ସଫଳ ହେବ, ସେଥିପାଇଁ ସମସ୍ତ ସରପଞ୍ଚ, ସମିତି ସଭ୍ୟ, କର୍ପୋରେଟର, ଜିଲ୍ଲା ପରିଷଦ ଏବଂ ଦଳୀୟ ପଦାଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!