ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୫।୧୨: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ହେଲା ପରୀକ୍ଷା କାର୍ଯ୍ୟସୂଚୀ । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ଯୁକ୍ତ ୨ ପରୀକ୍ଷା।ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ଏହା ପର ଦିନ ଅର୍ଥାତ ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା ଆରମ୍ଭ ହେବ।ଏହାବାଦ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!