ଭୁବନେଶ୍ୱର,,୧୫।୧୨: ଆଇପିଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୃହ ବିଭାଗର ବିଜ୍ଞପ୍ତି ଅନୁସାରେ, ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା ହୋଇଛନ୍ତି କେନ୍ଦ୍ରୀୟ ଡେପୁଟେସନ୍ରୁ ଫେରିଥିବା ୧୯୮୯ ବ୍ୟାଚର ଆଇପିଏସ୍ ବି. ରାଧିକା। ଏଥି ସହିତ ସେ SFSLର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। IPS ବି. ରାଧିକାଙ୍କୁ ନୂଆ ଦାୟିତ୍ୱ ମିଳିଛି । ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ ହେଲେ ବି. ରାଧିକା । SFSLର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ ରାଧିକା । ଆଶିଷ ସିଂଙ୍କୁ OPHWCର CEO ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏସ୍ . ସାଇନିଙ୍କୁ CAW&CWର ଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |